31ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।
32ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍ର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।
33ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”
34ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
35ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।