37କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”
38ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।
39ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି।”
40ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା।
41ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”