ପ୍ରଥମ ରାଜାବଳୀ 2

ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’

1 Kings 2:4 (UKJV) That the LORD may continue his word which he spoke concerning me, saying, If your children take heed to their way, to walk before me in truth with all their heart and with all their soul, there shall not fail you (said he) a man on the throne of Israel.

2“ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।

3ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;

4ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’

5ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।

6ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.