41ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”
42ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’
43ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”
44ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
45ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତକାଳ ସ୍ଥିରୀକୃତ ହେବ।”