43ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”
44ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
45ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତକାଳ ସ୍ଥିରୀକୃତ ହେବ।”
46ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।