1ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
2ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍ହଦଦ୍ ଏହି କଥା କହନ୍ତି,
3‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”