ପ୍ରଥମ ରାଜାବଳୀ 20

ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”

1 Kings 20:10 (UKJV) And Benhadad sent unto him, and said, The gods do so unto me, and more also, if the dust of Samaria shall suffice for handfuls for all the people that follow me.

8ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”

9ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।

10ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”

11ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”

12ବିନ୍‍ହଦଦ୍‍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.