ପ୍ରଥମ ରାଜାବଳୀ 20

ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”

1 Kings 20:14 (UKJV) And Ahab said, By whom? And he said, Thus says the LORD, Even by the young men of the princes of the provinces. Then he said, Who shall order the battle? And he answered, You.

12ବିନ୍‍ହଦଦ୍‍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।

13ଏଥିମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।’”

14ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”

15ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇ ଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍‍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।

16ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.