ପ୍ରଥମ ରାଜାବଳୀ 20

ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।

1 Kings 20:16 (UKJV) And they went out at noon. But Benhadad was drinking himself drunk in the pavilions, he and the kings, the thirty and two kings that helped him.

14ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”

15ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇ ଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍‍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।

16ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।

17ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”

18ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.