15ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇ ଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।
16ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍ହଦଦ୍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
17ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍ହଦଦ୍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
18ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”
19ଏଥିମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।