ପ୍ରଥମ ରାଜାବଳୀ 20

ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,

1 Kings 20:2 (UKJV) And he sent messengers to Ahab king of Israel into the city, and said unto him, Thus says Benhadad,

1ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।

2ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,

3‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”

4ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.