21ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।
22ଏଉତ୍ତାରେ ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
23ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।
24ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତି ଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
25ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ୱ ବଦଳେ ଅଶ୍ୱ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା।” ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା।