1ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
2ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍ହଦଦ୍ ଏହି କଥା କହନ୍ତି,
3‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”
4ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”
5ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;