ପ୍ରଥମ ରାଜାବଳୀ 20

ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।

1 Kings 20:30 (UKJV) But the rest fled to Aphek, into the city; and there a wall fell upon twenty and seven thousand of the men that were left. And Benhadad fled, and came into the city, into an inner chamber.

28ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”

29ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।

30ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।

31ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”

32ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ‘ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।’” ଏଥିରେ ସେ କହିଲେ, “ସେ କʼଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.