ପ୍ରଥମ ରାଜାବଳୀ 20

ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋʼ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋʼ ପିତା ଶମରୀୟାରେ ନଗରଗୁଡ଼ିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।

1 Kings 20:34 (UKJV) And Ben-hadad said unto him, The cities, which my father took from your father, I will restore; and you shall make streets for you in Damascus, as my father made in Samaria. Then said Ahab, I will send you away with this covenant. So he made a covenant with him, and sent him away.

32ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ‘ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।’” ଏଥିରେ ସେ କହିଲେ, “ସେ କʼଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ।”

33ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।

34ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋʼ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋʼ ପିତା ଶମରୀୟାରେ ନଗରଗୁଡ଼ିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।

35ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।

36ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.