ପ୍ରଥମ ରାଜାବଳୀ 20

ଏଥିରେ ଭବିଷ୍ୟଦ୍‍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।

1 Kings 20:38 (UKJV) So the prophet departed, and waited for the king by the way, and disguised himself with ashes upon his face.

36ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।

37ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।

38ଏଥିରେ ଭବିଷ୍ୟଦ୍‍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।

39ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’

40ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.