ପ୍ରଥମ ରାଜାବଳୀ 20

ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”

1 Kings 20:4 (UKJV) And the king of Israel answered and said, My lord, O king, according to your saying, I am yours, and all that I have.

2ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,

3‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”

4ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”

5ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍‍ହଦଦ୍‍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;

6ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.