ପ୍ରଥମ ରାଜାବଳୀ 20

ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”

1 Kings 20:42 (UKJV) And he said unto him, Thus says the LORD, Because you have let go out of your hand a man whom I appointed to utter destruction, therefore your life shall go for his life, and your people for his people.

40ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”

41ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।

42ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”

43ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.