41ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।
42ପୁଣି, ଭବିଷ୍ୟଦ୍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”
43ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।