4ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”
5ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;
6ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।’”
7ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”
8ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”