ପ୍ରଥମ ରାଜାବଳୀ 20

ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”

1 Kings 20:7 (UKJV) Then the king of Israel called all the elders of the land, and said, Mark, I pray you, and see how this man seeks mischief: for he sent unto me for my wives, and for my children, and for my silver, and for my gold; and I denied him not.

5ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍‍ହଦଦ୍‍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;

6ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।’”

7ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”

8ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”

9ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.