8ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
9ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;
10ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
11ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
12ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ବସାଇଲେ।