ପ୍ରଥମ ରାଜାବଳୀ 21

ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,

1 Kings 21:17 (UKJV) And the word of the LORD came to Elijah the Tishbite, saying,

15ଏଥିରେ ଈଷେବଲ୍‍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍‍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”

16ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।

17ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,

18ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।

19ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.