17ଏଥିଉତ୍ତାରେ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
18ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
19ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
20ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।
21ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।