23ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”
24ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
25ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
26ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
27ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।