27ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
28ତହୁଁ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
29ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”