1ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
2ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
3ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
4ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
5ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”