4ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
5ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”
6ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
7ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
8ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।