ପ୍ରଥମ ରାଜାବଳୀ 21

ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;

1 Kings 21:9 (UKJV) And she wrote in the letters, saying, Proclaim a fast, and set Naboth on high among the people:

7ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”

8ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।

9ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;

10ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।

11ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍‍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍‍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.