ପ୍ରଥମ ରାଜାବଳୀ 22

ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”

1 Kings 22:12 (UKJV) And all the prophets prophesied so, saying, Go up to Ramothgilead, and prosper: for the LORD shall deliver it into the king's hand.

10ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।

11ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”

12ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”

13ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”

14ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.