ପ୍ରଥମ ରାଜାବଳୀ 22

ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”

1 Kings 22:15 (UKJV) So he came to the king. And the king said unto him, Micaiah, shall we go against Ramothgilead to battle, or shall we forbear? And he answered him, Go, and prosper: for the LORD shall deliver it into the hand of the king.

13ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”

14ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”

15ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”

16ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”

17ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.