14ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
17ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
18ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”