15ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
17ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
18ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
19ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।