ପ୍ରଥମ ରାଜାବଳୀ 22

ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।

1 Kings 22:20 (UKJV) And the LORD said, Who shall persuade Ahab, that he may go up and fall at Ramothgilead? And one said on this manner, and another said on that manner.

18ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”

19ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।

20ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।

21ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’

22ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.