ପ୍ରଥମ ରାଜାବଳୀ 22

ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

1 Kings 22:23 (UKJV) Now therefore, behold, the LORD has put a lying spirit in the mouth of all these your prophets, and the LORD has spoken evil concerning you.

21ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’

22ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’

23ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

24ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”

25ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.