23ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
24ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
25ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;
27ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”