ପ୍ରଥମ ରାଜାବଳୀ 22

ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।

1 Kings 22:29 (UKJV) So the king of Israel and Jehoshaphat the king of Judah went up to Ramothgilead.

27ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”

28ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”

29ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।

30ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”

31ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.