ପ୍ରଥମ ରାଜାବଳୀ 22

ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”

1 Kings 22:3 (UKJV) And the king of Israel said unto his servants, Know all of you that Ramoth in Gilead is ours, and we be still, and take it not out of the hand of the king of Syria?

1ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।

2ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।

3ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”

4ପୁଣି, ସେ ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”

5ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.