ପ୍ରଥମ ରାଜାବଳୀ 22

“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।

1 Kings 22:36 (UKJV) And there went a proclamation throughout the host about the going down of the sun, saying, Every man to his city, and every man to his own country.

34ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”

35ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।

36“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।

37ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।

38ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.