36“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
40ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।