2ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
3ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
4ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
5ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
6ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”