44ପୁଣି, ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
46ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
47ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।