46ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
47ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
49ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
50ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।