ପ୍ରଥମ ରାଜାବଳୀ 22

ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

1 Kings 22:50 (UKJV) And Jehoshaphat slept with his fathers, and was buried with his fathers in the city of David his father: and Jehoram his son reigned in his position.

48ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।

49ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।

50ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

51ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

52ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.