ପ୍ରଥମ ରାଜାବଳୀ 22

ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”

1 Kings 22:7 (UKJV) And Jehoshaphat said, Is there not here a prophet of the LORD besides, that we might enquire of him?

5ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”

6ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”

7ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”

8ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”

9ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.