17ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।
18ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।
19ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।
20ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା।
21ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”