ପ୍ରଥମ ରାଜାବଳୀ 3

ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।

1 Kings 3:2 (UKJV) Only the people sacrificed in high places, because there was no house built unto the name of the LORD, until those days.

1ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।

2ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।

3ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

4ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.