ପ୍ରଥମ ରାଜାବଳୀ 3

ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ।

1 Kings 3:24 (UKJV) And the king said, Bring me a sword. And they brought a sword before the king.

22ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ।

23ତେବେ ରାଜା କହିଲେ, “ଜଣେ କହୁଛି, ‘ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।’”

24ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ।

25ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।”

26ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ।” ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନ ହେଉ କି ତୁମ୍ଭର ନ ହେଉ; ତାକୁ ଦୁଇ ଖଣ୍ଡ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.