26ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ।” ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନ ହେଉ କି ତୁମ୍ଭର ନ ହେଉ; ତାକୁ ଦୁଇ ଖଣ୍ଡ କର।”
27ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।”
28ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି।