10ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।
12ତାନକ୍, ମଗିଦ୍ଦୋ, ବେଥ୍-ଶାନ୍ ଠାରୁ ଆବେଲ୍-ମହୋଲା ଓ ଯକମୀୟାମ୍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।
13ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍।